31.1 C
Bhubaneswar
Monday, October 26, 2026
Homeଓଡିଶାବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି ସୋମବାର ମଧ୍ୟରାତ୍ରି ସୁଦ୍ଧା ଏହା ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟା ଏବଂ ମଙ୍ଗଳବାର ସୁଦ୍ଧା ଅତି ଭୀଷଣ ବାତ୍ୟାର ରୂପ ନେବ । ଏହାପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୮ ଅକ୍ଟୋବର ପୂର୍ବାହ୍ନ ସୁଦ୍ଧା ଆନ୍ଧ୍ରପ୍ରଦେଶର ବାପଟ୍ଟଲା ଏବଂ ବିଶାଖାପାଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କି.ମି. ଏବଂ ସର୍ବାଧିକ ୧୪୦ କି.ମି. ପର୍ଯ୍ୟନ୍ତ ରହିବ । ଏହାକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି ।ରାଜ୍ୟରେ ୮ NDRF, ୪୦ ODRAF ଟିମ୍ ବର୍ତ୍ତମାନ ସୁଦ୍ଧା ମୁତୟନ ହୋଇଛନ୍ତି । ସ୍ଥଳସେନା ଓ ବାୟୁସେନା ସହ ରାଜ୍ୟ ସରକାର ଯୋଗାଯୋଗରେ ରହିଛନ୍ତି । ଜିଲ୍ଲାରେ ସମସ୍ତ ଜିଲ୍ଲାପାଳ ସଜାଗ ରହିଛନ୍ତି । ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲା ସହ କଳାହାଣ୍ଡି, ନୂଆପଡ଼ା ଓ କନ୍ଧମାଳ ପ୍ରଭାବିତ ହୋଇପାରେ । ୧୩୫ଟି ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ସମୁଦ୍ର ଉପକୂଳବର୍ତ୍ତୀ ଲୋକେ ଆବଶ୍ୟକ ସ୍ଥଳେ ସ୍ଥାନାନ୍ତର ହୋଇପାରନ୍ତି ବୋଲି ଏସ୍ଆର୍ସି କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking