ଭୁବନେଶ୍ୱର: କେନ୍ଦ୍ରିୟ ସତର୍କତା ଆୟୋଗଙ୍କ ମାର୍ଗଦର୍ଶିକା ଅନୁଯାୟୀ ଚଳିତ ବର୍ଷ ଅକ୍ଟୋବର ୨୬ ରୁ ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋମବାର ଦିନ ଲୋକଭବନର ଅଧିକାରୀ ଓ କର୍ମଚାରୀମାନେ ସାଧୁତାର ଶପଥ ପାଠ କରିଛନ୍ତି । ଏହି ଉପଲକ୍ଷେ ଅଭିଷେକ ହଲଠାରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରାରମ୍ଭରେ ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ଡ଼ଃ ଲଲାଟେନ୍ଦୁ ସାହୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଲେଖା ନିୟନ୍ତ୍ରକ ନିତ୍ୟାନନ୍ଦ ବାରିକ ଲୋକ ଭବନର ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତାର ଶପଥ ପାଠ କରାଇଥିଲେ ।










