28.1 C
Bhubaneswar
Monday, October 26, 2026
Homeଓଡିଶାସମ୍ଭାବ୍ୟ ବାତ୍ୟା ପରିସ୍ଥିତି ପାଇଁ ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ପାଇଁ ସ୍ଵାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକ

ପ୍ରଭାବିତ ଜିଲ୍ଲାଗୁଡିକର ସ୍ୱାସ୍ଥ୍ୟସେବାକୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦେଲେ ସ୍ଵାସ୍ଥ୍ୟ ସଚିବ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ମୁକାବିଲା ପାଇଁ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତିକୁ ଆଜି ସ୍ଵାସ୍ଥ୍ୟ ବିଭାଗ ଶାସନ ସଚିବ ତଥା କମିଶନର ଅଶ୍ଵତୀ ଏସ. ସମୀକ୍ଷା କରିଛନ୍ତି । ଏହି ବୈଠକରେ ଶାସନ ସଚିବ ବିଭାଗର ବରିଷ୍ଠ ଅଧିକାରୀ ଓ ଅଭାସି ମାଧ୍ୟମରେ ସମ୍ପୃକ୍ତ ଜିଲ୍ଲାମାନଙ୍କର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହ ଖାରବେଳ ଭବନ ସ୍ୱାସ୍ଥ୍ୟ ବିଭାଗ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସଚିବ ବନ୍ୟା ପ୍ରଭାବିତ ଅଞ୍ଚଳରେ ନିରବଚ୍ଛିନ୍ନ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରିବା ସହ ଅତ୍ୟାବଶ୍ୟକ ଔଷଧ ଓ ଚିକିତ୍ସା ସାମଗ୍ରୀ ହାଲୋଜେନ ବଟିକା , ବ୍ଲିଚିଙ୍ଗ ପାଉଡ଼ର ପର୍ଯ୍ୟାପ୍ତ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ପ୍ରଭାବିତ ଓ ଦୁର୍ଗମ ଅଞ୍ଚଳରେ ତ୍ଵରିତ ପ୍ରତିକ୍ରିୟା ଟିମ୍ (RRT) ଓ ମୋବାଇଲ୍ ହେଲ୍ଥ ୟୁନିଟ୍ ମାଧ୍ୟମରେ ସ୍ୱାସ୍ଥ୍ୟସେବା ପହଞ୍ଚାଇବା ସହ ଡାଇରିଆ, ହଇଜା, ମ୍ୟାଲେରିଆ, ଡେଙ୍ଗୁ ଓ ଅନ୍ୟାନ୍ୟ ଜଳବାହିତ ଏବଂ ଭେକ୍ଟରଜନିତ ରୋଗର ନିରନ୍ତର ନଜର ରଖିବା ଓ ଆବଶ୍ୟକ ସ୍ଥଳେ ଚିକିତ୍ସା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରିଲିଫ କେନ୍ଦ୍ରଗୁଡ଼ିକରେ ରହୁଥିବା ଲୋକମାନଙ୍କୁ ସୁରକ୍ଷିତ ପାନୀୟ ଜଳ, ସ୍ୱଚ୍ଛତା ବ୍ୟବସ୍ଥା ଓ ଆବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଇବା ସହ ଗର୍ଭବତୀ ମହିଳା, ଶିଶୁ, ବୟସ୍କ ବର୍ଗଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି । ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀମାନେ ବନ୍ୟା ପରିସ୍ଥିତି, ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏବଂ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସଚିବଙ୍କୁ ଅବଗତ କରାଇଛନ୍ତି । ଅନ୍ୟ ସମ୍ପୃକ୍ତ ବିଭାଗ ସହ ସମନ୍ୱୟ ରକ୍ଷା କରି ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ସଚିବ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳରେ ଜନସ୍ୱାସ୍ଥ୍ୟ ସୁରକ୍ଷା ପାଇଁ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ବେଳେ, ପରିସ୍ଥିତି ସ୍ୱାଭାବିକ ନ ହେବା ପର୍ଯ୍ୟନ୍ତ ସମସ୍ତ ଅଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ସଜାଗ ରହି ଦାୟିତ୍ୱ ସମ୍ପାଦନ କରିବାକୁ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଧିକାରୀଙ୍କ ଛୁଟି ବାତିଲ କରାଯିବା ସହ ରାଜ୍ୟ ଏବଂ ଜିଲ୍ଲାସ୍ତରରେ କଣ୍ଟ୍ରୋଲ ରୁମ କାର୍ଯକ୍ଷମ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking