23.1 C
Bhubaneswar
Tuesday, October 27, 2026
Homeଓଡିଶାବାତ୍ୟା 'ଅର୍ଣ୍ଣବ'ର ପ୍ରଭାବ: ଖୋର୍ଦ୍ଧାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ଖୋର୍ଦ୍ଧାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା: ବାତ୍ୟା ଅର୍ଣ୍ଣବର ପ୍ରଭାବକୁ ଦୃଷ୍ଟିରେ ରଖି ଖୋରଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଅପରାହ୍ନ ୧ ଘଟିକା ଠାରୁ ଓ ଆସନ୍ତାକାଲି (୨୭ ଓ ୨୮ ଅକ୍ଟୋବର ୨୦୨୬) ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଜାରି କରିଛି । ଜିଲ୍ଲାରେ ସମସ୍ତ ବିଦ୍ୟାଳୟର ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ନିର୍ଦ୍ଦେଶ ଜାରି ହୋଇଛି ।ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ ଏହି ନିର୍ଦ୍ଦେଶ ଦେଇଛନ୍ତି । ମାତ୍ର ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ତୁରନ୍ତ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି । ଏଥି ସହ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking