23.1 C
Bhubaneswar
Tuesday, October 27, 2026
Homeଓଡିଶାବାତ୍ୟା’କୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ

ବାତ୍ୟା’କୁ ଦୃଷ୍ଟିରେ ରଖି ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ

ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା ନେଇ ଘୋଷଣା କରାଯାଇଛି । ତେବେ କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲାରେ ଗୋଟିଏ ଅତିରିକ୍ତ ଦିନ ଅର୍ଥାତ ୨୯ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିଲେ ମଧ୍ୟ ଶିକ୍ଷକ, ଅଙ୍ଗନୱାଡି କର୍ମୀ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ୨୭ ତାରିଖରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ପ୍ରବଳକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼, ଜଗତ୍‌ସିଂହପୁର ଏବଂ ପୁରୀ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking