ବଲାଙ୍ଗୀର: ଆସନ୍ତାକାଲି ବଲାଙ୍ଗୀରରେ ସ୍କୁଲ ଛୁଟି ଘୋଷଣା । ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲ୍ଲାପାଳ ।ସେହିପରି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା ନେଇ ଘୋଷଣା କରାଯାଇଛି । ତେବେ କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲାରେ ଗୋଟିଏ ଅତିରିକ୍ତ ଦିନ ଅର୍ଥାତ ୨୯ ତାରିଖ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ସୂଚନା ମିଳିଛି । ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିଲେ ମଧ୍ୟ ଶିକ୍ଷକ, ଅଙ୍ଗନୱାଡି କର୍ମୀ ଓ ଅନ୍ୟ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।










