ଗଞ୍ଜାମ: ଗଞ୍ଜାମ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆକାଶ ମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଗୁଡିକର ସ୍ଥିତି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପରିବହନ ମନ୍ତ୍ରୀ ବିଭୂତି ଜେନା ମଧ୍ୟ ସାଙ୍ଗରେ ରହିଛନ୍ତି । ଆସିକା, ସୋରଡ଼ା, ହିଞ୍ଜିଳି, ବେଲଗୁଣ୍ଠା ଓ ଭଞ୍ଜନଗରରେ ବନ୍ୟା ଯୋଗୁଁ କେତେ କ୍ଷୟକ୍ଷତି ହୋଇଛି, କେତେ ଘର ଭାଙ୍ଗିଛି, ତାହା ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି ।
ବାତ୍ୟା ଅର୍ଣ୍ଣବ ଆନ୍ଧ୍ରପ୍ରଦେଶରେ ଲ୍ୟାଣ୍ଡଫଲ୍ କରିଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଛାଡ଼ିଯାଇଛି ବ୍ୟାପକ କ୍ଷୟକ୍ଷତିର ଚିହ୍ନ। ବାତ୍ୟା ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିବା ସହ ଜନଜୀବନ ପ୍ରଭାବିତ ହୋଇଛି ।ବାତ୍ୟା ପରେ ଏବେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିଛି। ଅନେକ ଅଞ୍ଚଳରେ ବନ୍ୟା ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ କ୍ଷୟକ୍ଷତିର ପରିମାଣ ମଧ୍ୟ ଅଧିକ ରହିଛି। ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ବନ୍ୟା ପରବର୍ତ୍ତୀ ସ୍ଥିତି, ରିଲିଫ୍ ବଣ୍ଟନ ଓ ପୁନରୁଦ୍ଧାର କାର୍ଯ୍ୟ ଉପରେ ରହିବ ଗୁରୁତ୍ୱ।










