ଭୁବନେଶ୍ବର: ବାତ୍ୟା ‘ମୁରାସୁ’ର ଅବଶେଷ ଏବେ ଅବପାତ ରୂପରେ ରହିଛି। ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଉତ୍ତର ଦିଗକୁ ଗତି କରି ଦୁର୍ବଳ ହେବା ସହ ସୁସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଗାମୀ ଦୁଇ ଦିନ ବର୍ଷା ଜାରି ରହିବ। ଆଜି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଏବଂ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେ୍ଦଶିକା ମନୋରମା ମହାନ୍ତି ।
ଏହାସହ କ ମାଲକାନଗିରି ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅନ୍ୟ ଜିଲ୍ଲା ଗୁଡିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ । ତେଣୁ ଆଂଚଳିକ ପାଣିପାଗ ବିଭାଗ ଜାରି କରିଛି ରାଜ୍ୟର ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ। ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଏବଂ ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି। ୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ଅନ୍ୟପଟେ ଉତ୍ତର ଓଡ଼ିଶାରେ ପାଗ ମୁଖ୍ୟତଃ ଶୁଖିଲା ରହିବ।










