30.1 C
Bhubaneswar
Friday, November 6, 2026
Homeଓଡିଶାଛାତ୍ରୀଙ୍କ ପ୍ରସବ ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଛାତ୍ରୀଙ୍କ ପ୍ରସବ ଘଟଣା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ବୈଶିଙ୍ଗା: ମୟୂରଭଞ୍ଜଜିଲ୍ଲା ବେତନଟୀ ବ୍ଲକ ଅଧୀନ ଧନପୁରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ(KGBV)ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ପ୍ରସବ ଘଟଣାକୁ ନେଇ ଶିକ୍ଷା ବିଭାଗରେ ଚର୍ଚ୍ଚା ଜୋର ଧରିଛି। ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି। ଅନ୍ୟପକ୍ଷରେ ପ୍ରସବ ପରେ ଚିକିତ୍ସାଧୀନ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଛାତ୍ରୀ ଜଣକ ସାତ ମାସର ଗର୍ଭବତୀ ଥିବାବେଳେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ବେତନଟୀ ଡାକ୍ତରଖାନା ଏବଂ ପରେ ଉନ୍ନତ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବୁଧବାର ସକାଳେ ଛାତ୍ରୀ ଜଣକ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ନବଜାତ ଶିଶୁପୁତ୍ରର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।ଏହି ଘଟଣାକୁ ନେଇ ମୟୂରଭଞ୍ଜ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବେତନଟୀ ବ୍ଲକ ଶିକ୍ଷା ଅଧିକାରୀ ବିପ୍ଳବ କର ନିଲମ୍ବନ ଆଦେଶ ଜାରି କରିଛନ୍ତି। OCS (CCA) ନିୟମ, ୧୯୬୨ର ନିୟମ ୧୨ ଅନୁଯାୟୀ ନମିତା ମାଝୀଙ୍କୁ ନିଲମ୍ବିତ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking