28.1 C
Bhubaneswar
Friday, November 13, 2026
Homeଓଡିଶାବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି !

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି !

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବାବେଳେ ଆସନ୍ତାକାଲି ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ ହେବାର ସମ୍ଭାବନା ରହିଛି। ୧୫ ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ। ବିଭିନ୍ନ ପାଣିପାଗ ମଡେଲ୍ରେ ସମ୍ଭାବ୍ୟ ବାତ୍ୟାର ସଙ୍କେତ ମିଳୁଥିବାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ଆଶଙ୍କା ବଢ଼ିଛି।ଆସନ୍ତା ୧୯ କିମ୍ବା ୨୦ ତାରିଖ ବେଳକୁ ଏହା ସ୍ଥଳଭାଗ ନିକଟରେ ପହଞ୍ଚିପାରେ। ତେବେ ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ପ୍ରଭାବକୁ ନେଇ ବିଭିନ୍ନ ପାଣିପାଗ ମଡେଲ୍ ଭିନ୍ନ ଭିନ୍ନ ଆକଳନ କରିଛନ୍ତି। ୟୁରୋପୀୟ ମଡେଲ୍ ଅନୁସାରେ, ଏହା ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇପାରେ। ଅନ୍ୟ ଦୁଇଟି ମଡେଲ୍ର ଆକଳନ ଅନୁଯାୟୀ, ଏହା ବାଂଲାଦେଶ କିମ୍ବା ମ୍ୟାଁମାର ଆଡ଼କୁ ମୋଡ଼ ନେଇପାରେ।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର (ସିଇସି) ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ କହିଛନ୍ତି, ଅବପାତ କିମ୍ବା ଗଭୀର ଅବପାତ ହେବାର ସମ୍ଭାବନା ରହିଛି । ଏପରିକି ଅଧିକ ଘନୀଭୂତ ହେଲେ ଏହା ବାତ୍ୟା ରୂପ ବି ନେଇପାରେ । ୧୯ ତାରିଖ ରାତି କିମ୍ବା ୨୦ ତାରିଖ ସକାଳେ ଆନ୍ଧ୍ରର କାଭାଲିରୁ ମଛଲିପଟ୍ଟନମ ମଧ୍ୟରେ ଏହା ଉପକୂଳ ଛୁଇଁପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking