ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ, ଆଇସିଏସଇ ପକ୍ଷରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା ସରିଛି ।ସିବିଏସଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆସନ୍ତା ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହେବ। ସେହିପରି ଆଇସିଏସଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃଆରୀ ୯ ତାରିଖରୁ ଆରମ୍ଭ ହେବ। ଶୁକ୍ରବାର ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ଆସନ୍ତା ମାର୍ଚ୍ଚ ୧୨ରୁ ଆରମ୍ଭ ହେବା ବୋଲି ଘୋଷଣା କରାଯାଇଛି। ତେବେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀ ନେଇ ଆସନ୍ତା ୧୯ ତାରିଖରେ ବୈଠକ ବସିବ ।










