ଭୁବନେଶ୍ୱର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକମାନେ ଯୋଗ ଦେଇଛନ୍ତି । ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଜେଡିରୁ ନିଲମ୍ବିତ ବିଧାୟକ ସୌଭିକ ବିଶ୍ୱାଳ, ଦେବୀ ରଂଜନ ତ୍ରିପାଠୀ, ଅରବିନ୍ଦ ମହାପାତ୍ର , ନବ ମଲ୍ଲିକ ପ୍ରମୁଖ ଯୋଗ ଦେଇଛନ୍ତି । ଠିକ ସେହିପରି କଂଗ୍ରେସରୁ ନିଲମ୍ବିତ କଟକ- ବାରବାଟୀ ବିଧାୟକ ସୌଫିଆ ଫିରଦୋସ ବି ଏଥିରେ ଉପସ୍ଥିତ ଅଛନ୍ତି । ଅନ୍ୟପଟେ ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ସାମିଲ ହେବେ ନାହିଁ ବୋଲି ଦଳ ପକ୍ଷରୁ ବିଧାୟକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି କଂଗ୍ରେସ ଦଳର ବିଧାୟକମାନେ ଏହାକୁ ବର୍ଜନ କରିବେ ବୋଲି ଆଗରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଘୋଷଣା କରିସାରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ବ୍ରଜ ମୋହନ ରାମ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବାଚସ୍ପତି ସୁରମା ପାଢୀ ଓ ଉପବାଚସ୍ପତି ଭବାନୀ ଶଙ୍କର ଭୋଇ ବି ଉପସ୍ଥିତ ଅଛନ୍ତି । ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉଦଘାଟନ କରିଛନ୍ତି ।










