ଭୁବନେଶ୍ଵର : ଅଗ୍ନିବୀର ପରୀକ୍ଷା ଦେବା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କ ମୃତ୍ୟୁ । ମୃତକ ଜଣଙ୍କ ହେଉଛନ୍ତି ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜଗମୋହନ ଗାଁର ମୁକେଶ ସେଠୀ (୨୦ ବର୍ଷ) । ଜୟପୁରରେ ଅଗ୍ନିବୀର ପରୀକ୍ଷା ଦେବା ବେଳେ ସେ ହଠାତ୍ ଟଳିପଡ଼ିଥିଲେ । ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି ।
ଅଗ୍ନିବୀର ପରୀକ୍ଷା ଦେବା ପାଇଁ ଜୟପୁର ଆସିଥିଲେ ମୁକେଶ ସେଠୀ । ସେଠାରେ ପରୀକ୍ଷା ଦେଉଥିବା ବେଳେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଗୁରୁତର ହେବା ପରେ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୁକେଶଙ୍କ ଘର ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଜଗମୋହନ ଗାଁରେ ବୋଲି ଜଣାପଡିଛି । ପୁଲିସ ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ।










