23.1 C
Bhubaneswar
Thursday, November 19, 2026
Homeଓଡିଶାବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ବିରୋଧୀଙ୍କ ହଟ୍ଟଗୋଳ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର: ଯାହା ଆକଳନ କରାଯାଉଥିଲା ତାହା ହିଁ ହେଲା। ଶୋକ ପ୍ରସ୍ତାବ ପରେ ପ୍ରଶ୍ନକାଳରେ କମ୍ପିଲା ଗୃହ। ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ। ଚାଲିପାରିଲାନି ପ୍ରଶ୍ନକାଳ। ଧୋଇ ହୋଇଗଲା ଗୃହ କାର୍ଯ୍ୟ। ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଉତ୍ତର ରଖିଥିବା ବେଳେ ବିରୋଧୀ ହଟ୍ଟଗୋଳ କରିଥିଲେ । ବିଜେଡି ସଦସ୍ୟମାନେ ବନ୍ୟା ମୁକାବିଲାରେ ସରକାର ଫେଲ ପ୍ରସଙ୍ଗ ଏବଂ କଂଗ୍ରେସ କୋଟିଆ ପ୍ରସଙ୍ଗକୁ ଗୃହରେ ଉଠାଇ ସରକାରଙ୍କୁ ଘେରିଥିଲେ । ଉଭୟ ବିଜେଡି ଓ କଂଗ୍ରେସ ପ୍ଲାକାର୍ଡ ଧରି ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ । ଗୃହ ଠିକ ଭାବେ ଚାଲିପାରିନଥିଲା। ଏନେଇ ବାଚସ୍ପତି ସୁରମା ପାଢୀ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ଚଳିତ ଶୀତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି ।  ୨୦୨୬- ୨୭ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରଶ୍ନକାଳରେ କୃଷି କୃଷକ ସଶକ୍ତିକରଣ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ସମବାୟ, ଶକ୍ତି, ବୟନ ଶିଳ୍ପ , ହସ୍ତତନ୍ତ ଓ ହସ୍ତଶିଳ୍ପ , ଏମ୍‌ଏସ୍‌ଏମ୍‌ଇ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking