ପାରଳାଖେମୁଣ୍ଡି: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲ୍ଲାରେ ଥିବା ସମସ୍ତ ଜଳପ୍ରପାତ ସମେତ ପର୍ଯ୍ୟଟନସ୍ଥଳୀ ମହେନ୍ଦ୍ରଗିରି ପର୍ବତକୁ ଅସ୍ଥାୟୀ ଭାବେ ବନ୍ଦ ଘୋଷଣା କରାଯାଇଛି।ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓ ପ୍ରବଳ ବର୍ଷା ଆଶଙ୍କାକୁ ନେଇ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ବିଶେଷକରି ଜଳପ୍ରପାତ ଅଞ୍ଚଳରେ ଜଳସ୍ତର ବୃଦ୍ଧି, ପାହାଡ଼ିଆ ରାସ୍ତାରେ ଭୂସ୍ଖଳନ ଏବଂ ଅନ୍ୟାନ୍ୟ ପ୍ରାକୃତିକ ବିପଦର ଆଶଙ୍କା ଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି।ପ୍ରଶାସନର ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ଜଳପ୍ରପାତ ଓ ମହେନ୍ଦ୍ରଗିରି ପର୍ବତକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି ରହିବ। ଏହି ସମୟରେ ପର୍ଯ୍ୟଟକମାନେ ଉକ୍ତ ସ୍ଥାନଗୁଡ଼ିକୁ ନଯିବା ସହ ପ୍ରଶାସନର ନିର୍ଦ୍ଦେଶାବଳୀ ପାଳନ କରିବାକୁ ଅନୁରୋଧ କରାଯାଇଛି।










