ଭଦ୍ରକ: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାରେ ଆସନ୍ତାକାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି।ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଜିଲ୍ଲାରେ ବର୍ଷା ଓ ପବନର ଆଶଙ୍କା ଥିବାରୁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରଶାସନ ପ୍ରାଥମିକତା ଦେଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ରଖିବାକୁ ନିଷ୍ପତ୍ତି ନିଆଯାଇଛି।










