30.1 C
Bhubaneswar
Monday, November 23, 2026
Homeଓଡିଶାପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ: ପଞ୍ଚୁକ ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ । ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀରେ ଲାଗିଛି ଭକ୍ତଙ୍କ ଭିଡ । ପବିତ୍ର କାର୍ତ୍ତିକ ମାସରେ ପଞ୍ଚୁକ ବ୍ରତର ଆଜି ଚତୁର୍ଥ ଦିନ । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଡାଳିକିଆ ବା ଲକ୍ଷ୍‌ମୀ ନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ମହାପ୍ରଭୁଙ୍କ ଏହି ଅପୂର୍ବ ବେଶ ଦର୍ସନ କରି ଭାବବିହ୍ୱଳ ହେଉଛନ୍ତି ଭକ୍ତ ଓ ବ୍ରତଧାରୀ । ପବିତ୍ର କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନ ହେଉଛି ପଞ୍ଚୁକ । ଏହି ପାଞ୍ଚ ଦିନରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବେଶ ଦର୍ଶନ ପାଇଁ ଶ୍ରୀ କ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ । ଆଜି ପଞ୍ଚୁକ ବ୍ରତର ଚତୁର୍ଥ ଦିନ ହୋଇଥିବାରୁ ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉ ଡାଳିକିଆ ବା ଲକ୍ଷ୍‌ମୀ ନୃସିଂହ ବେଶରେ ସଜ୍ଜିତ ହୋଇଛନ୍ତି । ସେପଟେ ଆସନ୍ତାକାଲି ପଞ୍ଚୁକର ଶେଷ ଦିନ । ଆର୍ଥାତ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଦିନରେ ଶ୍ରୀଜିଉ ସୁନା ଅଳଙ୍କାରରେ ବିଭୂଷିତ ହୋଇ ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ । ଏଥିପାଇଁ ଏବେଠାରୁ ଚଳଚଞ୍ଚଳ ହୋଇଉଠିଛି ସାରା ଶ୍ରୀକ୍ଷେତ୍ର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking