29.1 C
Bhubaneswar
Monday, November 23, 2026
Homeଓଡିଶାଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଆଖି ବୁଜିଲେ ଉଭୟ ଆରୋହୀ

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଆଖି ବୁଜିଲେ ଉଭୟ ଆରୋହୀ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୨ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ଛକ ନିକଟରେ।ସୂଚନା ଅନୁଯାୟୀ, ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ଉଭୟ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରେ ଯଶିପୁର ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ମୃତ ୨ ବାଇକ୍ ଆରୋହୀ କେନ୍ଦୁଝର ଜିଲ୍ଲା ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking