26.1 C
Bhubaneswar
Wednesday, November 25, 2026
Homeଓଡିଶାଚାମେଲିଙ୍କୁ ପୁଣି ହାଇକୋର୍ଟ ଝଟ୍‌କା: ୧୫ରେ ପରବର୍ତ୍ତୀ ଶୁଣାଣି

ଚାମେଲିଙ୍କୁ ପୁଣି ହାଇକୋର୍ଟ ଝଟ୍‌କା: ୧୫ରେ ପରବର୍ତ୍ତୀ ଶୁଣାଣି

କଟକ :କେନ୍ଦ୍ରାପଡ଼ା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ପାଇଁ ବଢ଼ିଲା ଅଡ଼ୁଆ। ଚାମେଲିଙ୍କ ସମେତ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ। ହାଇକୋର୍ଟରେ ଦାୟର ରିଟ୍ ଅପିଲର ଶୁଣାଣି କରି ଏହି ନୋଟିସ ଜାରି କରିଛନ୍ତି ଅଦାଲତ। ସମସ୍ତ ପ୍ରତିପକ୍ଷଙ୍କୁ ଜବାବ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୧୫ ତାରିଖକୁ ଧାର୍ଯ୍ୟ କରାଯାଇଛି।

ଗତ ଅକ୍ଟୋବର ୨୮ ତାରିଖରେ ଚାମେଲିଙ୍କ ସରପଞ୍ଚ ପଦବୀ କାଏମ ରଖିବା ନେଇ ରାୟ ପ୍ରକାଶ ପାଇଥିଲା। ଅନାସ୍ଥା ପ୍ରସ୍ତାବକୁ ଅସିଦ୍ଧ ଦର୍ଶାଇ ଚାମେଲି ଓଝାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଥିଲେ ହାଇକୋର୍ଟ। ତେବେ ଏକକ ବିଚାରପତିଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ଦୁଇଜଣିଆ ଖଣ୍ଡପୀଠରେ ରିଟ୍ ଅପିଲ ଦାୟର କରାଯାଇଥିଲା। ଗତ ଅଗଷ୍ଟ ୧୧ ତାରିଖରେ ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ଖଣ୍ଡପୀଠ।ଚାମେଲିଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିବାବେଳେ ଏହାକୁ ବିରୋଧ କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking