21.1 C
Bhubaneswar
Friday, November 27, 2026
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ

ବଡ଼ବିଲ: ୫୨୦ନମ୍ବର ଜାତୀୟ ରାଜପଥର ବିଲେଇପଦା ଶିବ ମନ୍ଦିର ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଦ୍ରୁତଗାମୀ ଡମ୍ପର ଭାରସାମ୍ୟ ହରାଇ ଡିଭାଇଡର ଡେଇଁ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ ହିଁ ଦୁଇ ବାଇକ୍ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଡମ୍ପର ଡ୍ରାଇଭର ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି ।

ସୂଚନା ଅନୁଯାୟୀ, ଏକ ଡମ୍ପର ଦ୍ରୁତ ଗତିରେ ଆସୁଥିବାବେଳେ ବିଲେଇପଦା ଶିବ ମନ୍ଦିର ନିକଟରେ ହଠାତ୍ ଚାଳକଙ୍କ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ଗାଡ଼ିଟି ଡିଭାଇଡର ଡେଇଁ ବାଇକକୁ ଶକ୍ତ ଧକ୍କା ଦେଇଥିଲା। ଧକ୍କା ଏତେ ଜୋରଦାର ଥିଲା ଯେ ବାଇକରେ ଥିବା ଦୁଇ ଯୁବକ ଛିଟିକି ପଡ଼ିଥିଲେ ଏବଂ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟପଟେ ଦୁର୍ଘଟଣା ଘଟାଇବା ପରେ ଡମ୍ପରଟି ବ୍ୟାରିକେଡ଼ ଭାଙ୍ଗି ରାସ୍ତା ତଳକୁ ପ୍ରାୟ ୫୦ ମିଟର ଖସିଯାଇ ଏକ ବୁଦା ଭିତରେ ଅଟକି ରହିଥିଲା । ଖବରପାଇ ପୋଲିସ ଓ ଅଗ୍ନିଶମବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ବୁଦା ଭିତରୁ ଡମ୍ପର ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଚିକିତ୍ସା ପାଇଁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଯୋଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଗୁଡ଼ିକୁ ନିଜ ହେପାଜତକୁ ନେଇ ତଦନ୍ତ ଆରମ୍ଭ କରିଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ ଦୁଇ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ପୋଲିସ ବାଇକ୍ ନମ୍ବର ଆଧାରରେ ସେମାନଙ୍କ ଠିକଣା ଖୋଜିବା ସହ ପରିବାର ଲୋକଙ୍କୁ ଖବର ଦେବାକୁ ଉଦ୍ୟମ ଜାରି ରଖିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking