24.1 C
Bhubaneswar
Monday, February 23, 2026
Homeଓଡିଶାସୁଜାତା କାର୍ତ୍ତିକେୟନଙ୍କୁ ଶକ୍ତ ଝଟକା; ଛୁଟି ଆବେଦନ ଖାରଜ କଲେ ମୋହନ ସରକାର

ସୁଜାତା କାର୍ତ୍ତିକେୟନଙ୍କୁ ଶକ୍ତ ଝଟକା; ଛୁଟି ଆବେଦନ ଖାରଜ କଲେ ମୋହନ ସରକାର

ଭୁବନେଶ୍ୱର : ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଛନ୍ତି।

ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ। ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ। ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking