ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ଲଘୁଚାପ ଅଧିକ ଘନୀଭୂତ ୱୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଓ ଅନୁଗୋଳକୁ ରେଡ୍ ଆଲର୍ଟ ଜାରି ହୋଇଛି । ସେହିପରି ୮ ଜିଲ୍ଲାକୁ ଅରେଞ୍ଜ ଓ ଅନ୍ୟ ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ସହିତ ଝଡ଼ବର୍ଷା ହୋଇପାରେ । ତେଣୁ ଆଉ ୩ ଦିନ ସମୁଦ୍ର ସ୍ଥିତି ଅଶାନ୍ତ ରହିବ । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।










