ରାୟଗଡା : ରାୟଗଡା ଜିଲ୍ଲା ଗୁମୁଡାରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଦର୍ଘଟଣାରେ ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟର ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲିଆ ସାହିର ରାଜେନ୍ଦ୍ର ନାୟକ ବୋଲି ଜଣାପଡିିଛି । ସୂଚନା ଅନୁସାରେ ରାଜେନ୍ଦ୍ର ଖାଇ ସାରି କାର୍ଯ୍ୟାଳୟ ପାଖରେ ଥିବା ରାସ୍ତାରେ ଚଲାବୁଲା କରୁଥିଲେ । ଏହି ସମୟରେ ସାମ୍ନା ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ବାଇକ ତାଙ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ସେ ଗୁରୁତର ଆହତ ହୋଇଥିଲେ । ଏବଂ ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେପଟେ ବାଇକ ଚାଳକ ଜଣଙ୍କ ମଧ୍ୟ ଗୁରୁତର ହୋଇଥିବା ଜଣାପଡିଛି । ଯାହାକୁ ନେଇ ସ୍ଥାନୀୟ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।