26.1 C
Bhubaneswar
Friday, September 20, 2024
Homeଓଡିଶାକଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ନିଆଁ

କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଲାଗିଲା ନିଆଁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ୱାର୍ଡରେ ଲାଗିଲା ନିଆଁ । ରାତି ପ୍ରାୟ ୧୨ଟା ବେଳେ ସ୍ତ୍ରୀ ପ୍ରସୂତି ଓ ଶିଶୁ ବିଭାଗ ବିଲ୍ଡିଂର ଚତୁର୍ଥ ମହଲାରେ ନିଆଁ ଲାଗିଥିଲା । ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ଜଣାପଡ଼ିଛି । ସଦର ଏସଡିପିଓ ଓ ଟାଉନ ଥାନା ଆଇଆଇସି ଘଟଣାସ୍ଥଳରେ ପହଞ୍ଚିଥିଲେ । ଖବର ପାଇ ଅଗ୍ନିଶମ ବିଭାଗର ୩୦ଜଣିଆ ଟିମ ଘଟଣାସ୍ଥଳରେ ପହଞ୍ଚିି ନିଆଁକୁ ଆୟତ କରିଥିଲା । ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ବେଳେ ଶିଶୁମାନଙ୍କୁ ତଳ ମହଲାରେ ରଖାଯାଇଛି । କଳାହାଣ୍ଡି ଏସପି ଓ ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking