33.4 C
Bhubaneswar
Monday, July 13, 2026
Homeଓଡିଶାବରଫ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ବରଫ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜଟଣୀ ରାଜା ବଜାରରେ ଥିବା ବରଫ ଫ୍ୟାକ୍ଟ୍ରିରେ ଆଜି ସକାଳେ ନିଆଁ ଲାଗିଯାଇଛି। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ପହଞ୍ଚି ନିଆଁକୁ ଅୟତ୍ତ କରିଥିଲେ। ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି। ଆଜି ଭୋର ସମୟରେ ବରଫ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକଙ୍କ ମିଳିତ ଉଦ୍ୟମରେ ନିଆଁକୁ ଆୟତ୍ତ କରାଯାଇଥିଲା।ନିଆଁରେ ଆଇସ୍ କମ୍ପେସର୍ ସହ ଜଳିଯିବା ଏକାଧିକ ସାମଗ୍ରୀ ମଧ୍ୟ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଥିସହ ଏକ ବାଇକ୍ ମଧ୍ୟ ପୋଡ଼ି ଯାଇଥିବା ଜଣାଯାଇଛି। ତେବେ ବରଫ ଫ୍ୟାକ୍ଟ୍ରିରେ କିପରି ନିଆଁ ଲାଗିଲା ତାର କାରଣ ଜଣାପଡ଼ି ନାହିଁ। ସର୍ଟ ସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking