35.1 C
Bhubaneswar
Tuesday, May 21, 2024
Homeଅପରାଧପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ

କେନ୍ଦୁଝର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବିଭତ୍ସ ହତ୍ୟାକାଣ୍ଡ। ଜଣେ ବ୍ୟକ୍ତିଙ୍କୁ କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କଲା ହତ୍ୟାକାରୀ। କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ଏଭଳି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଭିଯୁକ୍ତକୁ ପୋଲିସ ଗିରଫ କରିଛି।

ସୂଚନାନୁଯାୟୀ, ମୃତକ ଜଣଙ୍କ ହେଉଛନ୍ତି ମାଝୀ ସାହିର ନାଣ୍ଡୁ ମୁଣ୍ଡା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଠୁବୁ ମାଝୀ ନାମକ ଜଣେ ବ୍ୟକ୍ତି ନାଣ୍ଡୁ ମୁଣ୍ଡାଙ୍କୁ କଟୁରୀରେ ହାଣି ହତ୍ୟା କରିଛି। ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ବାମେବାରୀ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତକୁ ପୋଲିସ ଅଟକ ରଖିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking