27.1 C
Bhubaneswar
Sunday, September 8, 2024
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ କ୍ଷେତ୍ର । ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି । ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ । ଏହା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ କେଉଁ ଜିଲ୍ଲାରେ ବର୍ଷା ଓ ପବନ ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ । ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଉତ୍ତର ବଙ୍ଗୋପସାଗରରେ ଏ ମାସରେ ତୃତୀୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଏଥିସହ ଆସନ୍ତା ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଲଘୁଚାପଟି ଉତର ଓଡିଶାରେ ରହିବ । ଲଘୁଚାପ ଅଧୀକ ଘନୀଭୁତ ହୋଇ ଦୁଇ ଦିନ ଭିତରେ ପଶ୍ଚିମ ଓ ଉତର ପଶ୍ଚିମ ଦିଗରେ ଗତି କରି ଝାଡ଼ଖଣ୍ଡ ଉପକୂଳରେ ପହଂଚିବ । ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବିଙ୍କୁ ସତର୍କ କରିଦିଆଯାଇଛି । ଲଗାତାର ବର୍ଷା ଯୋଗୁଁ ରାଜ୍ୟରେ ନିଅଣ୍ଟିଆ ବର୍ଷାର ଅଭାବ ପୁରଣ ହୋଇଯାଇଛି ।
ଅନ୍ୟପକ୍ଷରେ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି କିଛି ଜିଲ୍ଳାରେ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking