34.4 C
Bhubaneswar
Wednesday, August 12, 2026
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ!

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ!

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକାଳ ସାଢ଼େ ୫ଟା ବେଳେ ଉତ୍ତର ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ- ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ ଓ କଟକ ଜିଲ୍ଲା ପାଇଁ ଏହି ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି ।ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ବରଗଡ଼, ଦେବଗଡ଼, ମୟୂରଭଞ୍ଜ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ସମେତ ବାକି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ । ସେହିପରି ଓଡ଼ିଶା ଉପକୂଳ ଓ ଆଖପାଖ ସମୁଦ୍ର ଅଞ୍ଚଳରେ ୧୫ ତାରିଖ ପର୍ଯ୍ୟନ୍ତ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ମଝିରେ ମଝିରେ ପବନର ବେଗ ୬୦ କିମି ଛୁଇଁବା ସହ ଝଡ଼ପବନର ଆଶଙ୍କା ରହିଛି । ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking