24.6 C
Bhubaneswar
Friday, March 14, 2025
Homeଓଡିଶାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

କାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର : ଆସନ୍ତାକାଲି ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବା ପରେ ଏହା ଉତ୍ତରପୂର୍ବ ଦିଗକୁ ଗତି କରି। ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆହୁରି ଘନୀଭୂତ ହୋଇ ଅବପାତ ଓ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏପରିକି ଏହା ବାତ୍ୟାରେ ମଧ୍ୟ ପରିଣତ ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଅନ୍ୟପକ୍ଷରେ ଆଜିଠୁ ତିନି ଦିନ ପାଇଁ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦୁଇ ଦିନ ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ୨୪ ଓ ୨୫ ତାରିଖରେ ରାଜ୍ୟର କିଛି ଅଞ୍ଚଳରେ ହାଲୁକା ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking