27.8 C
Bhubaneswar
Friday, April 19, 2024
Homeବ୍ରେକୀଙ୍ଗ୯ରେ ଆସୁଛି ଆଉ ଏକ ଲଘୁଚାପ

୯ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସନ୍ତା ୦୯ ତାରିଖ ବେଳକୁ ଥାଇଲାଣ୍ଡ ଉପକୂଳ ଆଣ୍ଡମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଆଣ୍ଡାମାନ ସମୁଦ୍ର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଥିବାରୁ ଆସନ୍ତା ୧୧ ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭାାରତୀୟ ପାଣିପାଗ ବିଭାଗ ରବିବାର କହିଛି । ଆସନ୍ତା ୯ ତାରିଖ ବେଳକୁ ସୃଷ୍ଟି ହେଉଥିବା ଏହି ଲଘୁଚାପ କ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଏହା ଅବପାତରେ ପରିଣତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଦିଗକୁ ଗତି କରିବ । ତେଣୁ ଅକ୍ଟୋବର ୧୧ରୁ ୧୩ ତାରିଖ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ବହୁ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଅପରପକ୍ଷରେ ଏବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ଉପରେ ଲଘୁଚାପ ବଳୟ ଥିବାରୁ ଏହା ପ୍ରଭାବରେ ଆସନ୍ତା ଚାରି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ କହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking