28.3 C
Bhubaneswar
Tuesday, July 28, 2026
Homeଓଡିଶାମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ୩୦ରୁ ଅଧିକ ଅସୁସ୍ଥ

ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି: ୩୦ରୁ ଅଧିକ ଅସୁସ୍ଥ

ଡେଲାଙ୍ଗ: ମଧ୍ୟାହ୍ନ ଭୋଜନରୁ ମିଳିଲା ଝିଟିପିଟି । ଛାତ୍ରଛାତ୍ରୀମାନେ ଖାଦ୍ୟ ଖାଉଥିବା ବେଳେ ସେଥିରେ ଏକ ମଲା ଝିଟିପିଟି ଦେଖିଥିଲେ । ଏପରି ଘଟଣା ଘଟିଛି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ତେବେ ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡିଛନ୍ତି । ଏହି ଘଟଣା ସମ୍ପର୍କରେ ଜଣାପଡ଼ିବା ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ତୁରନ୍ତ ଆମ୍ବୁଲାନ୍ସ ଡାକି ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଡେଲାଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ସେଠାରେ ସମସ୍ତଙ୍କର ଚିକିତ୍ସା ଚାଲିଥିବାବେଳେ ୬ ଜଣ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ପୁରୀ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣା ପରେ ଡେଲାଙ୍ଗ ହସ୍ପିଟାଲରେ ଅଭିଭାବକମାନଙ୍କ ଭିଡ଼ ଜମିଥିଲା । ବିଦ୍ୟାଳୟରେ ଖାଦ୍ୟ ପ୍ରସ୍ତୁତିରେ ଅବହେଳା ଓ ଅସାବଧାନତା ଅଭିଯୋଗ କରି ଶିକ୍ଷକ ଓ ପାଚିକାଙ୍କ ବିରୋଧରେ କ୍ଷୋଭ ପ୍ରକାଶ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking