27.1 C
Bhubaneswar
Thursday, April 2, 2026
Homeଓଡିଶାଆଖି ବୁଜିଲେ ବରଗଡ ନାବାଳିକା

ଆଖି ବୁଜିଲେ ବରଗଡ ନାବାଳିକା

ବରଗଡ: ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୩ ବର୍ଷିୟା ନାବାଳିକା ଆତ୍ମାହୁତି ଉଦ୍ୟମ କରିଥିଲେ । ତାଙ୍କ ଶରୀରର ଅଧିକାଂଶ ଅଂଶ ଜଳିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ହସପିଟାଲକୁ ନିଆଯାଇଥିଲା ।ପୀଡିତାଙ୍କ ଶରୀରର ୭୦ ପ୍ରତିଶତ ନିଆଁରେ ପୋଡ଼ିଯାଇଛି । ତାଙ୍କୁ ସମ୍ବଲପୁର ବୁର୍ଲା ଭୀମସାର ହସ୍ପିଟାଲର ଏମର୍ଜେନ୍ସି ୱାର୍ଡରେ ଭର୍ତ୍ତି କରାଯାଇଥିଲା । ଉତ୍ତରାଞ୍ଚଳ ଆଇଜି ହିଂମାଶୁ ଲାଲ ଓ ବରଗଡ଼ ଜିଲ୍ଲା ଦାୟିତ୍ବରେ ଥିବା ବଲାଙ୍ଗୀର ଏସପି ଅଭିଳାଷ ଜି ହସ୍ପିଟାଲରେ ପହଞ୍ଚି ସ୍ଥିତି ତଦାରଖ କରିଥିଲେ ।

ପରିବାର ଲୋକସଙ୍କ ସୂଚନା ଅନୁସାରେ, ଛାତ୍ରୀ ଜଣଙ୍କ ତାଙ୍କ ମାମୁଁ ଘରରେ ରହି ପାଠ ପଢ଼ୁଥିଲେ । ଆଜି ସକାଳୁ ମାମୁଁ ଘର ନିକଟରେ ଥିବା ଏକ ଖେଳ ପଡ଼ିଆରୁ ତାଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ସ୍ଥାନୀୟ ଲୋକେ ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ପୋଲିସ ସହାୟତାରେ ଏକ ଆମ୍ବୁଲାନ୍ସ ଯୋଗେ ପୀଡ଼ିତାଙ୍କୁ ହସପିଟାଲ ନିଆଯାଇଥିଲା ।ଗତ କିଛିଦିନ ପୂର୍ବରୁ ବାଲେଶ୍ୱର, ବଳଙ୍ଗା ଏବଂ କେନ୍ଦ୍ରାପଡ଼ା ପଟାମୁଣ୍ଡାଇରେ ଆତ୍ମାହୁତି ଜନିତ ମୃତ୍ୟୁ ଘଟଣା, ଏବେ ମଧ୍ୟ ମନରୁ ଲିଭି ନଥିବା ବେଳେ, ବରଗଡ଼ ଜିଲ୍ଲାରେ ଏକ ଲୋମ ଟାଙ୍କୁରା ଅଘଟଣ ସାମ୍ନାକୁ ଆସିଛି । କେଉଁ ପରିସ୍ଥିତିରେ ଏଭଳି ଦୁର୍ଭାଗ୍ୟଜନ ଘଟଣା ଘଟିଛି, ତାହା ସ୍ପଷ୍ଟ ହୋଇନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking