25.1 C
Bhubaneswar
Wednesday, March 18, 2026
Homeଓଡିଶାଏକ୍ସପ୍ରେସ ଟ୍ରେନରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର

ଏକ୍ସପ୍ରେସ ଟ୍ରେନରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢିବା ସମୟରେ ଘଟିଲା ବଡ ଅଘଟଣ। କୋରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ହୋଇଥିବା ସୂଚନା ମିଳିଛି । ଭାରସାମ୍ୟ ହରାଇ କୋରବା ଏକ୍ସପ୍ରେସ ଚକା ତଳେ ପଡ଼ିଯାଇଥିଲେI ମା ଓ ୪ ବର୍ଷର ଶିଶୁକନ୍ୟା ଗୁରୁତର ଥିବାରୁ, ଉଭୟଙ୍କୁ ପ୍ରଥମେ ରେଳ ବିଭାଗ ପୁଲିସ (ଜି ଆର ପି )ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲାI ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ପରେ ଡାକ୍ତର ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଏହି ଦୁର୍ଘଟଣାରେ ମା ରତିକା ଚନ୍ଦନାଙ୍କର ଦୁଇଟି ହାତ ପାପୁଲି ଏବଂ ଗୋଟିଏ ଗୋଡ଼ କଟି ଯାଇ ବାମ ଗୋଡ଼ ଭାଙ୍ଗି ଯାଇଛି, ଏବଂ ତାଙ୍କର ୪ ବର୍ଷର ଶିଶୁକନ୍ୟା ହସ୍ତିନା ଚନ୍ଦନାଙ୍କର ଡାହାଣ ହାତ ଓ ଗୋଡ଼ କଟି ଯାଇଛି। ସ୍ୱାମୀ ଚୈତନ୍ୟ ଚନ୍ଦନା ସ୍ତ୍ରୀ ପିଲାଙ୍କୁ ଧରି ଟିଟିଲାଗଡ଼ କାନିଝୁରିରୁ ଗତ ଦୁଇଦିନ ତଳୁ ରାୟଗଡ଼ା ପେଣ୍ଟା ପଞ୍ଚାୟତ ଅନ୍ତର୍ଗତ ଜିଞ୍ଜିଲିବାଡ଼ି ସମ୍ପର୍କୀୟଙ୍କ ଦଶାହ କାର୍ଯ୍ୟରେ ଯୋଗ ଦେବା ନିମନ୍ତେ ଆସିଥିଲେ। ଆଜି ଫେରିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking