36.1 C
Bhubaneswar
Monday, May 20, 2024
Homeଓଡିଶାଏନ୍‌କାଉଣ୍ଟରରେ ଜଣେ ନକ୍ସଲ ନିପାତ

ଏନ୍‌କାଉଣ୍ଟରରେ ଜଣେ ନକ୍ସଲ ନିପାତ

ନବରଙ୍ଗପୁର : ନବରଙ୍ଗପୁର ପୋଲିସଙ୍କୁ ବଡ଼ ସଫଳତା ମିଳିଛି । ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି । ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି । ମିଳିତ ବାହିନୀର ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି । ଏହି ଏନ୍‌କାଉଣ୍ଟର ଗରିଆବନ୍ଧ ଜିଲ୍ଲା ମୈନପୁରର ସୋଭା ଥାନା ଅନ୍ତର୍ଗତ ଗରେବା ଜଙ୍ଗଲରେ ଘଟିଥିବା କୁହାଯାଉଛି । ତବେ ଏବେ ବି ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking