32.1 C
Bhubaneswar
Wednesday, September 18, 2024
Homeଓଡିଶାଅବପାତର ରୂପ ନେଲା ସୁଦୃଶ ଲଘୁଚାପ

ଅବପାତର ରୂପ ନେଲା ସୁଦୃଶ ଲଘୁଚାପ

ଭୁବନେଶ୍ୱର : ଅବପାତର ରୂପ ନେଲା ସୁଦୃଶ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉପକୂଳ ଅତିକ୍ରମ କରିବ । ମଧ୍ୟରାତିରେ ଏହା ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଅତିକ୍ରମ କରିବ । ବର୍ତମାନ ଅବପାତ କଳିଙ୍ଗପଟ୍ଟନମ ଠାରୁ ୮୦ କିମି ଓ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳବର୍ତ୍ତି ଜିଲ୍ଲା ଗୁଡିକୁ ମଧ୍ୟ ବର୍ଷା ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଗତକାଲି ଠାରୁ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁ ରାସ୍ତା ଉପରେ ପାଣି ଲହଡି ଭାଙ୍ଗୁଛି । ଯାହାଫଳରେ ମାଲକାନଗିରି କାଲିମେଳା ଅଂଚଳରେ ଯୋଗାଯୋଗ ବିଚ୍ଛିନ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking