29.1 C
Bhubaneswar
Thursday, May 2, 2024
Homeଓଡିଶାବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଅସୁସ୍ଥ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ ଅସୁସ୍ଥ: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

କଟକ : ଓଡ଼ିଶାର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ସ୍ୱାସ୍ଥାବସ୍ଥା ଗୁରୁତର ହୋଇପଡିଛି । ଚୌଦ୍ୱାରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି । ପ୍ରାୟ ୪ ଦିନ ହେବ ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ମିଳିଥିବା ସୂଚନା ଅନୁସାରେ ସେ କ୍ୟାନ୍ସର ଆକ୍ରାନ୍ତ ହୋଇଛନ୍ତି । ତାଙ୍କର ଥ୍ରୋଟ କ୍ୟାନ୍ସର ହୋଇଥିବା କୁହାଯାଉଛି । ଓଲିଉଡର ଜଣେ ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ । ସେତିକି ନୁହେଁ, ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, କଣ୍ଠଶିଳ୍ପୀ ଏବଂ ଅଭିନେତା ମଧ୍ୟ । ୪୧ଟି ଓଡ଼ିଆ ଫିଲ୍ମରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୩୦ଟି ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି ।  ୬ଟି ଫିଲ୍ମରେ ପ୍ରଚ୍ଛଦପଟ୍ଟ ଗାୟକ ଭାବେ ଗୀତ ଗାଇଛନ୍ତି ଏବଂ ୬ଟି ଫିଲ୍ମରେ ଅଭିନୟ ମଧ୍ୟ କରିଛନ୍ତି । ୧୯୮୪ରେ ପ୍ରଥମ ସଙ୍ଗୀତ ନିର୍ଦ୍ଦେଶକ ଭାବେ ହୀରାନୀଳା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ । ୧୯୬୨ ମସିହାରେ ଜୟଦେବ ଫିଲ୍ମରେ ଜଣେ ଶିଶୁ କଳାକାର ଭାବେ ଅଭିନୟ ଆରମ୍ଭ କରିଥିଲେ ।୧୯୪୭ ଫ୍ରେବୃଆରୀ ୮ ତାରିଖରେ ସ୍ୱରୂପ ନାୟକଙ୍କ ଜନ୍ମ । ସଙ୍ଗୀତକାର ତଥା ଫିଲ୍ମ ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକ ତାଙ୍କର ଭାଇ ଏବଂ ପାର୍ବତୀ ଘୋଷ ତାଙ୍କର ଭଉଣୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking