26.1 C
Bhubaneswar
Wednesday, March 25, 2026
Homeଓଡିଶା୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ହେବ: ମୁଖ୍ୟମନ୍ତ୍ରୀ

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ସରକାରଙ୍କ ସହ ଓଡ଼ିଶା ସରକାରଙ୍କର ୮ଟି ଗୁରୁତ୍ବପୂର୍ଣ୍ଣ ଏମ୍‌ଓୟୁ ସ୍ୱାକ୍ଷରିତ ହୋଇଛି। ଏହାଦ୍ୱାରା ଓଡ଼ିଶାରେ ପୁଞ୍ଜି ନିବେଶ ହେବା ସହ ସହରାଞ୍ଚଳ ଯୋଜନା, ବନ୍ଦର ପରିଚାଳନା, ଲଜିଷ୍ଟିକ୍‍ସ, ସବୁଜ ଶକ୍ତି ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମରେ ଅଧିକ ସହଯୋଗର ସମ୍ଭାବନା ସୃଷ୍ଟି ହେବ। ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନମୁଗରତ୍ନମଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ଏକ ଏତିହାସିକ ଘଟଣା। ଆଗାମୀ ଦିନରେ ଦେଶର ଶ୍ରେଷ୍ଠ ୫ ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଓଡ଼ିଶା ଏକ ସମ୍ଭାବନାର ରାଜ୍ୟ। ଏହା ଗ୍ରୋଥ୍ ଇଞ୍ଜିନ୍ ଭାବେ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଭିତ୍ତିଭୂମି ସୁଦୃଢ଼ ଏବଂ ରାଜ୍ୟକୁ ନିବେଶ ଆଣିବାକୁ ସରକାର କାର୍ଯ୍ୟ କରୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking