26.1 C
Bhubaneswar
Tuesday, September 17, 2024
Homeଦେଶ ବିଦେଶଭାରସାମ୍ୟ ହରାଇ ଗଛରେ ପିଟି ହେଲା ଦ୍ରୁତଗାମୀ କାର୍‌, ୪ ମୃତ

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ଦ୍ରୁତଗାମୀ କାର୍‌, ୪ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା । ଦୃତଗତିରେ ଗାଡି ଚାଳନାରେ ଚାରି ଜୀବନ ଦୀପ । ଭାରସାମ୍ୟ ହରାଇ ଗଛରେ ପିଟି ହେଲା ଦ୍ରୁତଗାମୀ କାର୍ । ଏହି ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ଭାଇ ଭଉଣୀ ଥିବା ସୂଚନା ମିଳିଛି । ଡ୍ରାଇଭରଙ୍କ ସମେତ ୫ ଜଣ ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଉତ୍ତରପ୍ରଦେଶ କାନପୁରର ଦେହାଟ ଅଞ୍ଚଳରେ । ସୂଚନା ମୁତାବକ, ଏକ କାରରେ ଗୋଟିଏ ପରିବାରର ୮ ଜଣ କାନପୁର ଦେଇ ଯାଉଥିଲେ । ହଠାତ କାରଟି ଭାରସାମ୍ୟ ହରାଇ କାନପୁରର ଦେହାଟ ଅଞ୍ଚଳରେ ଏକ ଗଛରେ ପିଟି ହୋଇଥିଲା । ଫଳରେ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ସମେତ ୪ ଜଣ ଶିଶୁ ଗୁରୁତର ହୋଇଥିଲେ । ଏନେଇ ଖବର ପାଇ ସଙ୍ଗେ ସଙ୍ଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା ।

ପରେ ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ୪ ଜଣ ଗୁରୁତରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ବେଳେ ସେମାନଙ୍କୁ ଆବଶ୍ୟକୀୟ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇଛି । ସେହିପରି ଅକ୍ଟୋବର ମାସରେ ଉତ୍ତରପ୍ରଦେଶର ହରଦୋଇ ଅଞ୍ଚଳରେ ଗଛରେ କାର ପିଟି ହୋଇ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକଙ୍କ ମଧ୍ୟରେ ୪ ବର୍ଷର ଶିଶୁ ରହିଥିଲା । ବାରକାନ୍ତ ଗ୍ରାମରୁ ନାୟାଗୋଓକୁ ଏକ କାରରେ ଗୋଟିଏ ପରିବାରର ୫ ଜଣ ଯାଉଥିଲେ । ହଠାତ ବିଲହାଉର-କାଟାର ହାଇୱାରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଥିଲା । ଏନେଇ ଖବର ପାଇ ସଙ୍ଗେ ସଙ୍ଗେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପରେ ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ଅଧିକ ତଦନ୍ତ ଜାରି ରଖିଥିଲା ପୋଲିସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking