31.1 C
Bhubaneswar
Monday, May 6, 2024
Homeଓଡିଶା୯ରେ ସୃଷ୍ଟି ହୋଇପାରେ ବାତ୍ୟା !

୯ରେ ସୃଷ୍ଟି ହୋଇପାରେ ବାତ୍ୟା !

ଭୁବନେଶ୍ୱର: ଆସନ୍ତା ମେ’ ୯ ତାରିଖ ପାଖାପାଖି ବାତ୍ୟା ସୃଷ୍ଟି ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ପ୍ରେସ୍‌ମିଟ୍‌ରେ ଆଜି ଏହି ସୂଚନା ଦେଇଛନ୍ତି। ପୂର୍ବ ଆକଳନ ଅନୁସାରେ, ୬ ତାରିଖ ପାଖାପାଖି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭବାନା ରହିଛି। ୬ରେ ସୃଷ୍ଟ ଘୂର୍ଣ୍ଣିବଳୟ ୭ରେ ଲଘୁଚାପର ରୂପ ନେବ। ଲଘୁଚାପଟି କ୍ରମେ ଘନୀଭୂତ ହୋଇ ୮ରେ ଅବପାତର ରୂପ ନେଇପାରେ।

ଅବପାତର ରୂପ ନେଇ କ୍ରମେ ଏହା ଉତ୍ତର ଦିଗକୁ ଗତି କରିବ। ଏହା ଅଧିକ ଘନୀଭୂତ ହୋଇ ୯ ସୁଦ୍ଧା ବାତ୍ୟା ରୂପ ନେଇପାରେ। ତେବେ ବାତ୍ୟାର ଗତିପଥ ଓ ତୀବ୍ରତା ନେଇ କିଛି ସ୍ପଷ୍ଟ ହୋଇନି। ବାତ୍ୟାଟି କୁଆଡ଼େ ଯିବ, କେତେ ତୀବ୍ରତା ରହିବ ଆକଳନ ହୋଇନି ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି। ୭ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏନେଇ ସ୍ପଷ୍ଟତା ଆସିବ।ତେବେ ୭ରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି ସେମାନେ ୭ ସୁଦ୍ଧା ଚାଲି ଆସିବାକୁ ପରାମର୍ଶ ଦିଆଯାଇଛି।

ବିଜେଡିରେ ମିଶିଲେ ମଙ୍ଗଳ ସାହୁ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking