37.5 C
Bhubaneswar
Saturday, June 27, 2026
Homeଓଡିଶାସୃଷ୍ଟି ହେଲା ଲଘୁତାପ କ୍ଷେତ୍ର

ସୃଷ୍ଟି ହେଲା ଲଘୁତାପ କ୍ଷେତ୍ର

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁତାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏଥିସହିତ ୨୭ ତାରିଖ ପରେ ପାଗର ପରିବର୍ତ୍ତନ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୧୫ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ। ଏନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking