20.1 C
Bhubaneswar
Monday, December 22, 2025
Homeଓଡିଶାବାପା ଓ ପୁଅଙ୍କର ଛୁରାମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ

ବାପା ଓ ପୁଅଙ୍କର ଛୁରାମାଡ଼ରେ ଚାଲିଗଲା ଯୁବକଙ୍କ ଜୀବନ

ବ୍ରହ୍ମପୁର: ବ୍ରହ୍ମପୁରରେ ଦଣ୍ଡନାଚ ଯାତ୍ରା ବେଳେ ଜଣେ ଯୁବକଙ୍କୁ ହତ୍ୟା ହୋଇଥିବା ଜଣାଯାଇଛି। ବଡ଼ ବଜାର ଥାନା ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡନାଚ ଯାତ୍ରାରେ ଏହି ଅଘଟଣ ଘଟିଛି। ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ। ସେ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଗତକାଲି ରାତିରେ କୌଣସି କାରଣକୁ ନେଇ ଯାତ୍ରା ଅଧିକାରୀ ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅ ପ୍ରଦୀପ ପାଣିଗ୍ରାହୀଙ୍କ ସହ ଜଗଦୀଶଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ମିଶି ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ। ରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ପୁଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking