32.1 C
Bhubaneswar
Saturday, May 4, 2024
Homeଓଡିଶାଖୋଲା ରହିବ ଆହାର କେନ୍ଦ୍ର

ଖୋଲା ରହିବ ଆହାର କେନ୍ଦ୍ର

ଭୁବନେଶ୍ୱର: ଲକଡାଉନରେ ରାଜ୍ୟବ୍ୟାପୀ ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ । ତେବେ ଆହାର କେନ୍ଦ୍ରରେ ଖାଇବା ମନା । କେବଳ ପାର୍ସଲ ନେଇପାରିବେ ବୋଲି ଆଜି ଏସଆରସି କହିଛନ୍ତି ।  ଏହାବ୍ୟତୀତ ଆଇଆଇଟି, ଆଇଆଇଏମ ଭଳି କେନ୍ଦ୍ର ସରକାରଙ୍କ ଅନୁଷ୍ଠାନରେ ହଷ୍ଟେଲ ଖୋଲା ରହିବ ।  ସେହିଭଳି ପିପିଲି ନିର୍ବାଚନ ସଂପର୍କିତ ସମସ୍ତ କାର୍ଯ୍ୟ ଚାଲୁ ରଖିବାକୁ ବି ଅନୁମତି ମିଳିବ ।

ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ଏହାରି ମଧ୍ୟରେ ଆଜି ପୁଣି ରାଜ୍ୟରେ ୮ ହଜାର ୯୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୦ ହଜାର ୬୩୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ସଂକ୍ରମିତ ହୋଇଛନ୍ତି ।

ଏହା ସହ ସୁନ୍ଦରଗଡରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡାରୁ ୨୭୮, ଗଞ୍ଜାମରୁ ୨୬୨, ଷ୍ଟେଟପୁଲରୁ ୨୫୫, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡରୁ ୧୯୪, ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking