27.1 C
Bhubaneswar
Thursday, April 30, 2026
Homeଓଡିଶାଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ

ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ

ପୁରୀ: ଶ୍ରୀମନ୍ଦିରରେ ମିଳିବ ମାଗଣା ମହାପ୍ରସାଦ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତ୍ୟେକ ଭକ୍ତଙ୍କୁ ମିଳିବ ଅବଢ଼ା। ପ୍ରତ୍ୟେକ ଦିନ ଲକ୍ଷେରୁ ଅଢେଇ ଲକ୍ଷ ଭକ୍ତ ପାଇବେ ପ୍ରସାଦ। ଏନେଇ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ମାଗଣା ପ୍ରସାଦ ବଣ୍ଟନ ପାଇଁ ବିଭିନ୍ନ ଦାତାଙ୍କ ସହ ଆଲୋଚନା ହୋଇଛି। ଶ୍ରୀମନ୍ଦିର ଆସୁଥିବା ପ୍ରତ୍ୟେକ ଭକ୍ତ ଅବଢ଼ା ଟିକିଏ ପାଇପାରିବେ ସେନେଇ ବ୍ୟବସ୍ଥା କରାଯାଉଛି ବୋଲି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି। ଏହି ପ୍ରକ୍ରିୟା ଆରମ୍ଭ ହେବା ପରେ ଯେଭଳି ଅଧାରୁ ବନ୍ଦ ନହୁଏ ସେ ଦିଗରେ ଆନୁସଙ୍ଗିକ ବ୍ୟବସ୍ଥା ମାନ ପ୍ରସ୍ତୁତ ହେଉଛି। ପ୍ରତ୍ୟେକ ଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଥିବା ବେଳେ ପର୍ବପର୍ବାଣୀ ଦିନରେ ଦୁଇ ଅଢେଇ ଲକ୍ଷ ଭକ୍ତ ଆସିଥାନ୍ତି। ସେମାନଙ୍କୁ କିଭଳି ଭାବରେ ମାଗଣା ମହାପ୍ରସାଦ ଯୋଗାଇ ଦିଆଯାଇପାରିବ ସେନେଇ ରୂପରେଖ ଦେବାକୁ ପ୍ରଚେଷ୍ଟା ଚାଲିଥିବା ବେଳେ ବିଭିନ୍ନ ଦାତାଙ୍କ ସହ ଆଲୋଚନା ମଧ୍ୟ ଚାଲିଛି ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking