28.1 C
Bhubaneswar
Monday, February 23, 2026
Homeଓଡିଶାଟ୍ରକ୍‌କୁ ପିଟିଲା ୧୦୮ ଆମ୍ବୁଲାନ୍ସ, : ୧ ମୃତ, ୨ ଗୁରୁତର

ଟ୍ରକ୍‌କୁ ପିଟିଲା ୧୦୮ ଆମ୍ବୁଲାନ୍ସ, : ୧ ମୃତ, ୨ ଗୁରୁତର

ଯାଜପୁର : ଟ୍ରକ୍ ପଛରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ରଥିଆ ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସଟି କେନ୍ଦୁଝର ଜିଲ୍ଲା ଆନନ୍ଦପୁରରୁ ରୋଗୀଙ୍କୁ ନେଇ କଟକ ଶିଶୁ ଭବନରେ ଛାଡିଥିଲା। ଏହାପରେ ଗାଡ଼ିଟି ଫେରୁଥିବା ବେଳେ ରଥିଆ ନିକଟରେ ଏହି ଦୁର୍ଘଟଣା ହୋଇଛି। ଦ୍ରୁତ ଗତିରେ ଥିବା ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ଟ୍ରକ୍‌ ପଛ ପଟକୁ ଧକ୍କା ଦେଇଥିଲା।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରକ୍‌ ପଛପଟେ ଆମ୍ବୁଲାନ୍ସଟି ଚେପା ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସର ସହାୟକ ହେମନ୍ତ ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଛି । ଖବର ପାଇ ଦମକଳ ବାହିନୀ ଓ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହାପରେ ଆମ୍ବୁଲାନ୍ସଟିକୁ କାଟିବା ପରେ ଦମକଳ ବାହିନୀ କର୍ମଚାରୀ ସେଥିରୁ ଡ୍ରାଇଭରଙ୍କୁ ବାହର କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ତୁରନ୍ତ କଟକ ସ୍ଥାନାନ୍ତର କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking