କଟକ: କଟକର ନୂଆବଜାର ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଚଢ଼ିଯିବାରୁ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ ବାପ-ଝିଅ ଗୁରୁତର ଅଛନ୍ତି। ଉଭୟ ଗୁରୁତରଙ୍କୁ କଟକ ବଡ଼ ଡାକ୍ତରଖାନା ପଠାଯାଇଛି। ତେବେ ମୃତାହତ କନ୍ଦରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ବାଇକ୍ରେ ବାପା-ମା-ଝିଅ ଯାଉଥିବା ବେଳେ ଟ୍ରକ୍ଟି ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।