28.1 C
Bhubaneswar
Wednesday, May 6, 2026
Homeଓଡିଶାବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା କାର୍‌

ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା କାର୍‌

ଗଞ୍ଜାମ : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା କାର୍‌। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ପିପୁଲସ୍ କଲେଜ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣଙ୍କ ହେଲେ ସମ୍ଭୁ ଗୌଡ଼। ଆହତ ସରୋଜ ସେଠୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ଶମ୍ଭୁ ଓ ସରୋଜ ବାଇକ୍ ଯୋଗେ ବୁଗୁଡ଼ାରୁ ଓଡଗାଁ ଅଭିମୁଖେ ଯାଉଥିଲେ। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା କାର୍‌ ସହ ବାଇକ୍‌ର ଧକ୍କା ହୋଇଥିଲା। ସରୋଜ ଓ ତାଙ୍କର ସହଯୋଗୀ ତଳେ ଛିଟିକି ତଳେ ପଡ଼ିଯାଇଥିଲେ। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସମ୍ଭୁଙ୍କ ହାତ କଟିଯାଇଥିଲା। ପୁଲିସ ଓ ସ୍ଥାନୀୟ ଲୋକେ ଶମ୍ଭୁ ଓ ସରୋଜଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶମ୍ଭୁଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking