22.1 C
Bhubaneswar
Wednesday, January 22, 2025
Homeଓଡିଶାବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

କେନ୍ଦୁଝର: ମୋଟର ସାଇକେଲ ଆରୋହୀଙ୍କ ଉପରେ ପଛପଟୁ ମାଡି ଗଲା ଟ୍ରକ୍‌ । ଘଟଣା ସ୍ଥଳରେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ । ମୃତକ ଢେଙ୍କାପୁର ଶାସନର ରାଜେଶ୍ ଦ୍ୱିବେଦୀ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଷଠିଘର ସାହି ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଶନିବାର ରାଜେଶ୍ ଦ୍ୱିବେଦୀ ତାଙ୍କ ମୋଟର ସାଇକେଲରେ ୨୦ ନମ୍ବର ଜାତୀୟ ରାଜପଥ ଦେଇ ଯାଉଥିଲେ । ଏହି ସମୟରେ ଷଠିଘର ସାହି ନିକଟରେ ପଛ ପଟୁ ଏକ ଟ୍ରକ୍‌ ଆସି ତାଙ୍କ ଉପରେ ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking