26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶପିକଅପ ଭ୍ୟାନ ଓଲଟି ଚାଲିଗଲା ୧୦ ତୀର୍ଥଯାତ୍ରୀଙ୍କ ଜୀବନ

ପିକଅପ ଭ୍ୟାନ ଓଲଟି ଚାଲିଗଲା ୧୦ ତୀର୍ଥଯାତ୍ରୀଙ୍କ ଜୀବନ

ଲକ୍ଷ୍ନୌ: ହରିଦ୍ୱାରରୁ ତୀର୍ଥଯାତ୍ରୀଙ୍କୁ ଧରି ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି ଏକ ପିକଅପ ଭ୍ୟାନ । ଏଥିରେ ୧୦ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ ଜଣ ଗୁରୁତର ହୋଇଛନ୍ତି । ଆଜି ଉତ୍ତର ପ୍ରଦେଶର ପିଲିଭିତ ଜିଲ୍ଲାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭ୍ୟାନରେ ମୋଟ ୧୭ ତୀର୍ଥଯାତ୍ରୀ ଫେରୁଥିବା ସୂଚନା ମିଳିଛି । ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ ପିକଅପ ଭ୍ୟାନଟି ଭାରସାମ୍ୟ ହରାଇ ରାଜପଥ କଡରେ ଥିବା ଏକ ଗଛରେ ପିଟି ହୋଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ୮ ଜଣ ତୀର୍ଥଯାତ୍ରୀ ପ୍ରାଣ ହରାଇଥିଲେ । ପରେ ହସ୍ପିଟାଲ ନେବା ବାଟରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଖବର ପାଇ ସ୍ଥାନୀୟ ଜିଲ୍ଲା ମାଜିଷ୍ଟ୍ରେଟ ଓ ପୋଲିସ ଅଧୀକ୍ଷକ ହସ୍ପିଟାଲରେ ପହଞ୍ଚି ଆହତଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରିଛନ୍ତି । ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଦୁର୍ଘଟଣାରେ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିକିତ୍ସାଧୀନ ଆହତଙ୍କୁ ଉତ୍ତମ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking