25.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଟ୍ରାକ୍ଟରକୁ ପିଟିଲା ଟ୍ରକ୍‌; ୧୦ ଶ୍ରମିକ ମୃତ

ଟ୍ରାକ୍ଟରକୁ ପିଟିଲା ଟ୍ରକ୍‌; ୧୦ ଶ୍ରମିକ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଓ ଟ୍ରାକ୍ଟର ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରମାନଙ୍କୁ ଚିକିତ୍ସା ନିମନ୍ତେ ବାରାଣାସୀସ୍ଥିତ ହସ୍ପିଟାଲକୁ ପଠାଯାଇଛି। ଏଥିସହ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇ ଦିଆଯାଇଛି।

ଟ୍ରାକ୍ଟରରେ ସମୁଦାୟ ୧୩ ଜଣ ଥିଲେ। ସେମାନେ ଶ୍ରମିକ ଭାବେ କାମ କରୁଥିବା ବେଳେ ପାଖ ଗାଁରୁ କାମ ସାରି ଘରକୁ ଫେରୁଥିଲେ। ମାତ୍ର ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ଟି ଟ୍ରାକ୍ଟରକୁ ଖୁବ୍‌ ଜୋରରେ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା ଓ ୩ ଗୁରୁତର ହୋଇଥିଲେ। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିଥିଲା। ଗୁରୁତରମାନଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking