23.1 C
Bhubaneswar
Sunday, December 8, 2024
Homeଦେଶ ବିଦେଶମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓଲଟି ୧୧ ମୃତ, ୩୦ ଗୁରୁତର

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓଲଟି ୧୧ ମୃତ, ୩୦ ଗୁରୁତର

ମୁମ୍ବାଇ: ମହାରାଷ୍ଟ୍ରର ଗୋଦିଆଁ ପ୍ରାନ୍ତରେ ଶୁକ୍ରବାର ଏକ ଭୟାବହ ସଡକ ଦୁର୍ଘଟଣା ଘଟି ୧୧ଜଣଙ୍କ ମୃତ୍ୟୁ ହୋଇଥିବା ଭଳି ଅତ୍ୟନ୍ତ ଅଭାବନୀୟ ଘଟଣା ସମ୍ପର୍କରେ ସୂଚନା ମିଳିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁସାରେ ଏକ ବାଇକ୍ ଆରୋହୀଙ୍କୁ ରକ୍ଷା କରିବାକୁ ଯାଇ ଏକ ସରକାରୀ (ମହାରାଷ୍ଟ୍ର ରାଜ୍ୟ ସଡ଼କ ପରିବହନ ନିଗମ) ଯାତ୍ରୀବାହୀ ବସ୍ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି। ଗୋଣ୍ଡିଆ-କୋହମାରା ରାଜ୍ୟ ରାଜପଥରେ ଖଜ୍‌ରୀ ଗ୍ରାମ ନିକଟରେ ଏହି ଅଘଟଣ ଘଟିଛି। ଶିବଶାହୀ ନାମକ ଏକ ବସ୍ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ହଠାତ୍ ଜଣେ ବାଇକ୍ ଆରୋହୀ ବସ୍ ସାମ୍ନାକୁ ଆସିଯାଇଥିଲେ। ତାଙ୍କୁ ବଞ୍ଚାଇବା ପାଇଁ ବସ୍ ଡ୍ରାଇଭର ବ୍ରେକ୍ ଲଗାଇଥିଲେ ମଧ୍ୟ ବସ୍ ଉପରୁ ନିୟନ୍ତ୍ରଣ ହରାଇ ବସିଥିଲେ। ଫଳରେ ବସ୍‌ଟି ଓଲଟି ପଡ଼ିଥିଲା। ଯେତେବେଳେ ବସ୍ ଓଲଟି ପଡ଼ିଥିଲା, ସେେତେବେଳେ ଏହା ପାଶ୍ୱର୍ ଦେଇ ଯାଉଥିବା କିଛି ଲୋକ ଏହା ତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ସେମାନଙ୍କର ମୃତ୍ୟୁ ଘଟିଥିଲା। ଜିଲ୍ଲା ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।

ଅନ୍ୟପକ୍ଷେ ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଅତ୍ୟନ୍ତ ଖରାପ ଥିବାରୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ତୁରନ୍ତ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି। ଆହତଙ୍କ ଉପଯୁକ୍ତ ଚିକିତ୍ସା ସେବା ସୁନିଶ୍ଚିତ କରିବା ସହ ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରିବା ସମ୍ଭାବନା ଥିବାରୁ ରାଜ୍ୟ ସରକାର ଖର୍ଚ୍ଚ ବହନ କରିବେ ବୋଲି ସେ ଗୋଣ୍ଡିଆ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ମଧ୍ୟ ସମବେଦନା ଜଣାଇବା ସହ ଆବଶ୍ୟକ ପଡ଼ିଲେ ଆହତ ଯାତ୍ରୀମାନଙ୍କୁ ଅଧିକ ଚିକିତ୍ସା ପାଇଁ ନାଗପୁର ଆଣିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି। ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ରିଲିଫ୍ କାର୍ଯ୍ୟରେ ସମନ୍ୱୟ ରକ୍ଷା କରୁଛନ୍ତି।

ସେହିପରି ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଶୋକବ୍ୟକ୍ତ କରିଛନ୍ତି। ରାଷ୍ଟ୍ରପତି ଏକ ଟ୍ୱିଟ୍ ଯୋଗେ ଲେଖିଛନ୍ତି ଯେ, ‘ମହାରାଷ୍ଟ୍ରର ଗୋଣ୍ଡିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ଅନେକ ମହିଳାଙ୍କ ସମେତ ଅନେକଙ୍କ ମୃତ୍ୟୁ ଖବର ପାଇ ମୁଁ ଗଭୀର ଦୁଃଖିତ। ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।’ ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଟ୍ୱିଟ୍ କରି ଶୋକ ବ୍ୟକ୍ତ କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏତଦ୍‌ବ୍ୟତୀତ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିରୁ ପକ୍ଷରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking